ମୁଖ୍ୟ ଖବର

ନିର୍ବାଚନରେ ହସ୍ତକ୍ଷେପ ଅଭିଯୋଗ: ବରିଷ୍ଠ ଆଇପିଏସ୍‌ ଡିଏସ୍‌ କୁଟ୍ଟେଙ୍କୁ ନିଲମ୍ବନ କଲେ ନିର୍ବାଚନ କମିସନ

ଭୁବନେଶ୍ବର: ଆଇପିଏସ୍‌ ଧୀରେନ୍ଦ୍ର ଶମ୍ଭାଜୀ କୁଟ୍ଟେ ଓରଫ ଡିଏସ୍‌ କୁଟ୍ଟେ ଭାରତୀୟ ନିର୍ବାଚନ କମିସନଙ୍କ ଦ୍ବାରା କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି। ନିର୍ବାଚନ ପ୍ରକ୍ରିୟାରେ ଅନୈତିକ ହସ୍ତକ୍ଷେପ ଅଭିଯୋଗରେ ସେ ଚାକିରିରୁ ନିଲମ୍ବିତ ହୋଇଛନ୍ତି। ସେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ସ୍ପେଶାଲ ସେକ୍ରେଟାରି ଭାବେ କାମ କରୁଥିଲେ। ଭାରତୀୟ ନିର୍ବାଚନ କମିସନ ଏନେଇ ସିଇଓଙ୍କୁ ନିର୍ଦ୍ଦେଶ ଜାରି କରିଛନ୍ତି। ଡିଏସ୍‌ କୁଟ୍ଟେଙ୍କୁ ଆସନ୍ତାକାଲି ଦିନ ୩ଟା ସୁଦ୍ଧା ଦିଲ୍ଲୀରେ ପହଞ୍ଚିବା ପାଇଁ ନିର୍ଦ୍ଦେଶ ହୋଇଛି।ଭାରତୀୟ ନିର୍ବାଚନ କମିସନ ବରିଷ୍ଠ ଆଇପିଏସ୍‌ ଆଶିଷ ସିଂହଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚନ ଆୟୋଗ ଏନେଇ ଏମ୍ସ ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆଶିଷ ସିଂହଙ୍କ ସ୍ବାସ୍ଥ୍ୟ ଯାଞ୍ଚ ପାଇଁ ଏକ ମେଡିକାଲ ବୋର୍ଡ ଗଠନ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ମେ’ ୩୦ ତାରିଖ ସୁଦ୍ଧା ମେଡିକାଲ ବୋର୍ଡ ନିକଟରେ ହାଜର ହେବା ପାଇଁ ଆଶିଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଯାଞ୍ଚ ରିପୋର୍ଟ ମେ’ ୩୧ ତାରିଖ ସୁଦ୍ଧା ଇସିଆଇଙ୍କ ନିକଟରେ ପହଞ୍ଚାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ମେ’ ୪ ତାରିଖରୁ ଆଶିଷ ସିଂହ ମେଡିକାଲ ଲିଭ୍‌ରେ ଅଛନ୍ତି।

Leave a Reply

Your email address will not be published. Required fields are marked *